ବନ୍ଧା ହେଲେ ବାରିପଦା ଉପଜିଲ୍ଲାପାଳ ଅଫିସର ବରିଷ୍ଠ ରାଜସ୍ୱ ସହାୟକ

ବାରିପଦା – ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଗିରଫ ହେଲେ ବାରିପଦା ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ ରାମଚନ୍ଦ୍ର ସେନ । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଶନିବାର ରାମଚନ୍ଦ୍ରଙ୍କ ୫ଟି ଠିକଣାରେ ଏକକାଳୀନ ଚଢ଼ାଉ କରିଥିଲା ଭିଜିଲାନ୍ସ। କୁଳିଅଣା ପଢ଼ିଆରିପୁରରେ ଥିବା ୪ ମହଲା କୋଠା, ରଘୁନାଥଗଞ୍ଜରେ ଥିବା ୩ ମହଲା କୋଠାରେ ଚଢ଼ାଉ ହୋଇଥିଲା । ବାରିପଦାସ୍ଥିତ ଅଫିସ ଚାମ୍ବର, ସାମଖୁଣ୍ଟା ତହସିଲ ଅଫିସରେ ଥିବା ପୁଅର ଚାମ୍ବର ଓ ବାରିପଦା ଟାଉନ ତୁଳସୀ ଚଉରାରେ ଥିବା ସମ୍ପର୍କୀୟଙ୍କ ଘରେ ମଧ୍ୟ ଚଢ଼ାଉ କରିଥିଲା ଭିଜିଲାନ୍ସ । ରାମଚନ୍ଦ୍ର ଦୀର୍ଘ ଦିନ ବାରିପଦା କାର୍ଯ୍ୟାଳୟରେ କାର୍ଯ୍ୟ କରୁଥିବା ବେଳେ ତାଙ୍କ କାର୍ଯ୍ୟକଳାପ ସନ୍ଦେହ ଘେରରେ ରହିଥିଲା ।

Comments are closed.