ରାଜ୍ୟରେ ତାତି ଆଉ ଦୁଇ ଦିନ : ୨୦ ତାରିଖରୁ କମିବ ତାପମାତ୍ରା ,୨୧ ରୁ ବର୍ଷା

ଭୁବନେଶ୍ୱର – ତାତିରୁ ମିଳିବ ତ୍ରାହି । ଆସନ୍ତା ୨୦ ତାରିଖରୁ ରାଜ୍ୟରେ ତାତି କମିବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆଗାମୀ ୨ ଦିନରେ ଦିନର ତାପମାତ୍ରା ୩ରୁ ୫ ଡିଗ୍ରୀ କମିବା ସମ୍ଭାବନା ରହିଛି । ବିଶେଷକରି ୨୧ ତାରିଖରୁ ଅଧିକାଂଶ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଥିବାବେଳେ ୨୨ ତାରିଖରେ ବର୍ଷାର ପରିମାଣ ବଢ଼ିବ ବୋଲି ସୂଚନା ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଗତ କିଛି ଦିନ ହେବ ରାଜ୍ୟରେ ଲାଗି ରହିଛି ପ୍ରଖର ଗ୍ରୀଷ୍ମ ପ୍ରବାହ। ଗରମ ଓ ଗୁଳୁଗୁଳିରେ ଜୀବନଯାତ୍ରା ଅସ୍ତବ୍ୟସ୍ତ ହୋଇପଡ଼ିଛି । ଆଜି ବି ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଆଜି ଦିନ ସାଢ଼େ ୨ଟା ସୁଦ୍ଧା ସମ୍ବଲପୁର ଥିଲା ରାଜ୍ୟର ସବୁଠୁ ଉତ୍ତପ୍ତ ସହର । ସମ୍ବଲପୁରରେ ତାପମାତ୍ରା ୪୫.୪ ଡିଗ୍ରୀ ରହିଥିବାବେଳେ ଝାରସୁଗୁଡ଼ା ତାପମାତ୍ରା ୪୪.୪ ଡିଗ୍ରୀ ସେଲସିୟସ ରହିଥିଲା । ରାଜଧାନୀ ଭୁବନେଶ୍ୱର ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ରହିଥିବା ରେକର୍ଡ କରାଯାଇଛି ।

Comments are closed.