ଓଡ଼ିଶା ମୃତ୍ତିକା ସଂରକ୍ଷଣ ଅଧିକାରୀ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା ପ୍ରଦାନ

ଭୁବନେଶ୍ବର : ବାଲେଶ୍ବର ଜିଲ୍ଲା ଅନ୍ତର୍ଗତ ବାହାନଗା ଠାରେ ଜୁନ ୨ ତାରିଖରେ ଘଟିଥିବା ରେଳ ଦୁର୍ଘଟଣାଗ୍ରସ୍ତ ପରିବାରଙ୍କୁ ସାହାଯ୍ୟାର୍ଥେ ଓଡ଼ିଶା ମୃତ୍ତିକା ସଂରକ୍ଷଣ ଅଧିକାରୀ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୪ ଲକ୍ଷ ୨୫ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଛି ।

ଆଜି ଲୋକସେବା ଭବନ ଠାରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କୁ ସଂଘର ସଭାପତି ଶୈଳେନ୍ଦ୍ର ନାରାୟଣ ନାୟକ , ସାଧାରଣ ସଂପାଦିକା ଜି.ମାନସୀ ମହାପାତ୍ର , ସଂଘର ପରିଚାଳନା କମିଟି ସଦସ୍ୟ ଅଙ୍କିତା ମିଶ୍ରଙ୍କ ସମେତ ସଂଘର ଅନ୍ୟ କର୍ମକର୍ତ୍ତା ସାକ୍ଷାତ କରି ଏହି ସହାୟତା ରାଶି ଚେକ୍ ଆକାରରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି ଉଦ୍ଦେଶ୍ୟରେ ପ୍ରଦାନ କରିଛନ୍ତି ।

Comments are closed.