୫-ଟି ସଚିବଙ୍କ ଗସ୍ତ ପରେ ରାଜଗାଙ୍ଗପୁର ଓଭର ବ୍ରିଜ ନିର୍ମାଣ ପ୍ରକିୟା ତ୍ୱରାନ୍ୱିତ, ଟେଣ୍ଡର ପ୍ରକ୍ରିୟା ଆରମ୍ଭ

ସୁନ୍ଦରଗଡ଼ – ରାଜଗାଙ୍ଗପୁର ଲେବଲ କ୍ରସିଂଠାରେ ହେଉଥିବା ଓଭର ବ୍ରିଜ୍ ନିର୍ମାଣ ପ୍ରକିୟା ତ୍ୱରାନ୍ୱିତ ହୋଇଛି I ନିର୍ମାଣ କାର୍ଯ୍ୟ ନିମନ୍ତେ ବର୍ତ୍ତମାନ ଟେଣ୍ଡର ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଯାଇଛି I

ସୋନାଖାନ ଓ କାନସବାହାଲ ମଧ୍ୟରେ ଥିବା ଏହି ପ୍ରକଳ୍ପ ୨୦୧୮ ମସିହାରେ ଆରମ୍ଭ ହୋଇଥିଲା । ମାତ୍ର ଜମି ଅଧିଗ୍ରହଣ ଜନିତ ସମସ୍ୟା ଥିବାରୁ ୨୦୨୨ରେ ଏହାର ଟେଣ୍ଡର ବାତିଲ କରାଯାଇଥିଲା I

ପ୍ରକାଶ ଥାଉ କି ନିକଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୫-ଟି ସଚିବ ଭି.କେ ପାଣ୍ଡିଆନଙ୍କ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ ସମୟରେ ସେ ରାଜଗାଙ୍ଗପୁରର ଏହି ବ୍ରିଜ ନିର୍ମାଣ ସ୍ଥାନ ମଧ୍ଯ ପରିଦର୍ଶନ କରିଥିଲେ ଓ ନିର୍ମାଣ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିବା ସହ ଏହାର ନିର୍ମାଣ କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ କହିଥିଲେ I ୫-ଟି ସଚିବ ଙ୍କ ଏହି ଗସ୍ତ ସମୟରେ ସ୍ଥାନୀୟ ଲୋକେ ତାଙ୍କୁ ଭେଟିଥିଲେ ଏବଂ ନିର୍ମାଣ କାର୍ଯ୍ୟ ତ୍ୱରାନ୍ୱିତ କରାଯିବାକୁ ୫-ଟି ସଚିବଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦାବି ଉପସ୍ଥାପନ କରିଥିଲେ I

Comments are closed.