ଚାକିରିରୁ ବିଦା ହେଲେ ପ୍ରଶାନ୍ତ ରାଉତ 

ଭୁବନେଶ୍ୱର – ଆୟ ବହିର୍ଭୂତ ସଂପତ୍ତି ଠୁଳ ମାମଲାରେ ଗିରଫ ହୋଇ ଏବେ ଜେଲରେ ଥିବା ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର। ଦୁଇ ଦିନ ତଳେ ପ୍ରଶାନ୍ତ ରାଉତଙ୍କୁ ଗିରଫ କରିଥିଲା ଭିଜିଲାନ୍ସ । ନବରଙ୍ଗପୁର, ଭୁବନେଶ୍ବର ଓ ଭଦ୍ରକର ୯ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରି ରାଉତଙ୍କ ବିପୁଳ ପରିମାଣର ଆୟ ବହିର୍ଭୂତ ସଂପତ୍ତି ଠାବ କରିଥିଲା ଭିଜିଲାନ୍ସ । ନଗଦ ୩ କୋଟି ଟଙ୍କା ସହ ୫ କୋଟିରୁ ଅଧିକ ସଂପତ୍ତି ମିଳିଥିଲା । ଆୟଠାରୁ ୫୦୦ ପ୍ରତିଶତରୁ ଅଧିକ ସଂପତ୍ତି ଠାବ କରିଥିଲା ଭିଜିଲାନ୍ସ।

Comments are closed.