ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର – ବଙ୍ଗୋପ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବାରୁ ରାଜ୍ୟରେ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ନିକଟରେ ଏକ ଘୂର୍ଣ୍ଣିବଳୟ କେନ୍ଦ୍ରୀଭୂତ ହୋଇଛି। ଏହାର ପ୍ରଭାବରେ ଆଭ୍ୟନ୍ତରୀଣ ସହ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ଆଜି ୯ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ଅନୁଗୁଳ, ସମ୍ବଲପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି ଏବଂ ନବରଙ୍ଗପୁର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହା ସହ ଅନ୍ୟ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଛି ।

Comments are closed.