ଚାରିଦିନ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷାର ପୂର୍ବାନୁମାନ

ଭୁବନେଶ୍ବର – ମୌସୁମୀ ଜନିତ ନିମ୍ନଚାପ ରେଖା ବାଲେଶ୍ବର ପୂର୍ବ ଦିଗରୁ ଉତ୍ତର-ପଶ୍ଚିମ ବଙ୍ଗୋପ ସାଗର ପର୍ଯ୍ୟନ୍ତ ଲମ୍ବିଛି। ଏହାର ପ୍ରଭାବରେ ଶନିବାର ରାଜ୍ୟର କିଛି ଅଞ୍ଚଳରେ ହାଲୁକା ବର୍ଷା ହୋଇଛି। ଆସନ୍ତା ୪ ଦିନ ଯାଏଁ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି । ଆସନ୍ତା ୨୪ ଘଣ୍ଟାରେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ରାୟଗଡ଼ା ଏବଂ ଗଜପତିର କିଛି ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

Comments are closed.