ଉପକୂଳ ସମେତ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ବର୍ଷା ଜାରି, ୨୪ ଘଣ୍ଟାରେ ପାରାଦୀପରେ ସର୍ବାଧିକ ବର୍ଷା

ଭୁବନେଶ୍ୱର – ଉତ୍ତର -ପଶ୍ଚିମ ବଙ୍ଗୋପସାଗରରେ ମୌସୁମୀ ସକ୍ରିୟ ରହିଛି । ଏହାର ପ୍ରଭାବରେ ରାଜ୍ୟର ଉପକୂଳ ସମେତ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ବର୍ଷା ଜାରି ରହିଛି। ଆଜି ସକାଳ ୮ଟା ୩୦ ସୁଦ୍ଧା ପାରାଦୀପରେ ସର୍ବାଧିକ ୧୦୫ ମିଲିମିଟର ବର୍ଷା ରେକର୍ଡ ହୋଇଛି। ପୁରୀରେ ୮୬.୬, ଢେଙ୍କାନାଳରେ ୭୦, ନୟାଗଡ଼ରେ ୪୩.୧, କେନ୍ଦ୍ରାପଡା ୨୨.୪ ମି.ମି. ବର୍ଷା ହୋଇଛି। ରାଜଧାନୀ ଭୁବନେଶ୍ବରରେ ୧୪.୭ ମିମି ବର୍ଷା ହୋଇଛି।

ଆସନ୍ତାକାଲି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଫଳରେ କାଲିଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ବରଗଡ଼, କେନ୍ଦୁଝର, ଅନୁଗୁଳ, ବୌଦ୍ଧ ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

Comments are closed.