ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଆସନ୍ତା ୫ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର – ବଙ୍ଗୋପସାଗରରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର ଓଡିଶା ପାର୍ଶ୍ୱବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଅନ୍ୟପକ୍ଷରେ ଶନିବାରର ଘୂର୍ଣ୍ଣିବଳୟ ଆଜି ମଧ୍ୟ ଉତ୍ତର -ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଉତ୍ତର ଓଡିଶା- ପଶ୍ଚିମବଙ୍ଗ ଉପକୂଳରେ ବାୟୁମଣ୍ଡଳରେ ୫.୮ କିଲୋମିଟର ଉଚ୍ଚତା ଯାଏଁ ସକ୍ରିୟ ରହିଛି।

ସଦ୍ୟ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୧୭ ଜୁଲାଇ, ସୋମବାର ଅପରାହ୍ନ ମଧ୍ୟରେ ପଶ୍ଚିମ ଓଡ଼ିଶାର ୮ ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୧୨ରୁ ୨୦ସେମି)ର ସମ୍ଭାବନା ରହଥିବା ବେଳେ ଉତ୍ତର, ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାର ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷା (୭ରୁ ୧୧ ସେମି)ର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

Comments are closed.