ଘୁ.ଉଦୟଗିରି ଏନଏସି ଅଧ୍ୟକ୍ଷାଙ୍କ ପରଲୋକ

ଭୁବନେଶ୍ୱର – କନ୍ଧମାଳ ଜିଲ୍ଲା ଘୁ.ଉଦୟଗିରି ଏନଏସି ଅଧ୍ୟକ୍ଷା ଭାନୁପ୍ରଭା ମିଶ୍ରଙ୍କ ଆଜି ହୃଦଘାତରେ ପରଲୋକ ହୋଇଯାଇଛି। ଗତବର୍ଷ ଏନଏସି ନିର୍ବାଚନରେ ବିଜେଡି ଟିକେଟରେ ନିର୍ବାଚନ ଲଢ଼ି ବିଜୟ ହାସଲ କରିଥିଲେ ଭାନୁପ୍ରଭା । ଗତ କିଛି ମାସ ହେବ ସେ ଅସୁସ୍ଥ ଥିଲେ । ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ଭାନୁପ୍ରଭା। ମୃତ୍ୟୁ ବେଳକୁ ତାଙ୍କୁ ୫୧ ବର୍ଷ ବୟସ ହୋଇଥିଲା । ତାଙ୍କର ଗୋଟିଏ ପୁଅ ଏବଂ ଗୋଟିଏ ଝିଅ ଅଛନ୍ତି । ତାଙ୍କ ବିୟୋଗରେ ବିଧାୟକ ସାଲୁଗା ପ୍ରଧାନ, କନ୍ଧମାଳ ସାଂସଦ ଡଃ ଅଚ୍ୟୁତ ସାମନ୍ତ, ଜିଲ୍ଲା ବିଜେଡି ପର୍ଯ୍ୟବେକ୍ଷକ ବିଜୟ ନାୟକ, ଜିଲ୍ଲା ବିଜେଡି ସଭାପତି ସରୋଜ କର୍ଣ୍ଣ ପ୍ରମୁଖ ଶୋକ ବ୍ୟକ୍ତ କରିଛନ୍ତି।

Comments are closed.