ସୃଷ୍ଟି ହେଲା ଲଘୁଚାପ, ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର – ବଙ୍ଗୋପ ସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଉତ୍ତର ପଶ୍ଚିମ ପାଶ୍ୱବର୍ତ୍ତୀ ଅଂଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବାବେଳେ ଏହା ଆଗାମୀ ଦୁଇ ଦିନ ମଧ୍ୟରେ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ | ପାଣିପାଗ ବିଭାଗର ସୂଚନା ମୁତାବକ ଏହାର ପ୍ରଭାବରେ ଆଜି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ନୟାଗଡ଼, ବରଗଡ଼, ‌ସୁବର୍ଣ୍ଣପୁର, ବଲାଙ୍ଗୀର, ବରଗଡ଼, କଟକ, ବୌଦ୍ଧ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ଆସନ୍ତାକାଲି ସୁବର୍ଣ୍ଣପୁର, ବଲାଙ୍ଗୀର, ସମ୍ବଲପୁର, ବୌଦ୍ଧ, ଅନୁଗୁଳ, କଟକ, ଜଗତସିଂହପୁର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ଏବଂ ବାକି ଜିଲ୍ଲାଗୁଡ଼ିକରେ ମଧ୍ୟମରୁ ପ୍ରବଳ ବର୍ଷା ‌ହେବ।
ଜୁଲାଇ ୨୨ ଓ ୨୩ ତାରିଖରେ ମଧ୍ୟ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗିରହିବ। ଲଗାଣ ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ପାଣି ଜମି ରହିବାକୁ ଥିବାରୁ ସମସ୍ୟା ଉପୁଜିପାରେ। ଅତିପ୍ରବଳ ବର୍ଷା ଯୋଗୁଁ ସହରାଞ୍ଚଳରେ ଠିକ୍‌ ଭାବେ ରାସ୍ତା ଦୃଶ୍ୟମାନ ହେବ ନାହିଁ। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଭୂସ୍ଖଳନ ହୋଇପାରେ।

Comments are closed.