ବଙ୍ଗୋପ ସାଗରରେ ସୁଦୃଶ୍ୟ ଲଘୁଚାପ, ଆଜିଠୁ ବଢିବ ବର୍ଷା ପରିମାଣ

ଭୁବନେଶ୍ୱର – ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସୁଦୃଶ୍ୟ ଲଘୁଚାପ ସକ୍ରିୟ ରହିଥିବାରୁ ରାଜ୍ୟରେ ବର୍ଷା ଲାଗିରହିଛି। ଆଜିଠାରୁ ବର୍ଷାର ପରିମାଣ ବଢିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ବିଶେଷ କରି ଦକ୍ଷିଣ ଏବଂ ଉତ୍ତର ଓଡ଼ିଶାର ଆଭ୍ୟନ୍ତରୀଣ ଅଞ୍ଚଳରେ ବର୍ଷାର ପ୍ରଭାବ ଅଧିକ ରହିବା ସମ୍ଭାବନା ରହିଛି।

ଆଜି ସକାଳ ଯାଏଁ ମାଲକାନଗିରି ଏବଂ କୋରାପୁଟ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିଲା । ନୂଆପଡ଼ା, ଗଜପତି, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର ଏବଂ ବଲାଙ୍ଗିର ଜିଲ୍ଲାର କିଛି ସ୍ଥାନରେ ଆଜି ପ୍ରବଳ ବର୍ଷା ସମ୍ଭାବନା ଦୃଷ୍ଟିରୁ ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ରାଜ୍ୟର ବିଭିନ୍ନ ସ୍ଥାନରେ ଆସନ୍ତା ୩୦ ତାରିଖ ଯାଏଁ ବର୍ଷା ଜାରି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

Comments are closed.