ବିଭିନ୍ନ ଜିଲ୍ଲାର ବର୍ଷା ସ୍ଥିତି ସମୀକ୍ଷା କଲେ ଏସଆରସି

ଭୁବନେଶ୍ୱର – ରାଜ୍ୟରେ ଦୁଇଦିନ ଧରି ଲଗାଣ ବର୍ଷା ଯୋଗୁଁ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି । ଆଜି ବିଭିନ୍ନ ଜିଲ୍ଲାର ସ୍ଥିତି ନେଇ ସମୀକ୍ଷା କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ସତ୍ୟବ୍ରତ ସାହୁ। ପ୍ରଭାବିତ ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଆଲୋଚନା କରିଛନ୍ତି । ଲୋକଙ୍କୁ ଆବଶ୍ୟକ ସହାୟତା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି। ଆବଶ୍ୟକ ସ୍ଥଳେ ରାସ୍ତା କ୍ଲିଅର କରିବାକୁ ଟିମ୍ ମୁତୟନ ପାଇଁ ସେ କହିଛନ୍ତି।

ଏଣେ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଗଭୀର ଅବପାତର ରୂପ ନେଇଥିବାରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୧୦ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ଜିଲ୍ଲାଗୁଡ଼ିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗୀର, ସୋନପୁର, ସମ୍ବଲପୁର,ଦେଓଗଡ. ଅନୁଗୁଳ, କେନ୍ଦୁଝର, ବୌଦ୍ଧ ଜିଲ୍ଲା । ୭ରୁ ୨୦ ସେଂଟିମିଟର ବର୍ଷା ହେବା ନେଇ ଆକଳନ କରିଛି ଆଂଚଳିକ ପାଣିପାଗ ବିଭାଗ । ଏହି ସବୁ ଜିଲ୍ଲାର ତଳିଆ ଅଂଚଳରେ ପାଣି ପଶିବା ସମ୍ଭାବନା ରହିଛି । ଏଭଳିକି ପାହାଡିଆ ଅଂଚଳରେ ଭୁସ୍ଖଳନ ହେବାର ଆଶଙ୍କା ରହିଛି । ଆସନ୍ତାକାଲି ଠାରୁ ବର୍ଷାର ପ୍ରକୋପ କିଛି ମାତ୍ରାରେ ହ୍ରାସ ପାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

Comments are closed.