ବାହାନଗା ଟ୍ରେନ ଟ୍ରାଜେଡି ହିରୋଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ବାହାନଗା ଟ୍ରେନ୍ ଟ୍ରାଜେଡି ହିରୋଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ସମ୍ବର୍ଦ୍ଧନା ସମାରୋହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦବୋଧନ ଦେଇ କହିଛନ୍ତି ଯେ, ଆଜି ଆମ ସମସ୍ତଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିନ । ସମାଜରେ ସେବା ଓ ବଳିଦାନକୁ ହୃଦବୋଧ କରିବାର ଦିନ । ସେବା ଓ ପରୋପକାର ସବୁଠୁ ବେଶୀ ଆତ୍ମବିଶ୍ୱାସ ଦେଇଥାଏ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ବାହାନଗା ଟ୍ରେନ ଟ୍ରାଜେଡି ସାରା ଦେଶକୁ ଦୋହଲାଇ ଦେଇଥିଲା ।

ବାହାନଗାବାସୀଙ୍କ ସହ ସ୍ୱେଚ୍ଛାସେବୀଙ୍କୁ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ । ଟ୍ରେନ ଟ୍ରାଜେଡି ବେଳେ ଜିଲ୍ଲା ପ୍ରଶାସନର କାର୍ଯ୍ୟକୁ ମଧ୍ୟ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ ।

Comments are closed.