ସ୍ୱାଧୀନତା ଦିବସର ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ଆଜି ଦେଶ ପାଳୁଛି ୭୭ତମ ସ୍ୱାଧୀନତା ଦିବସ। ଚାରିଆଡେ ଉଡୁଛି ଆମ ସଂହତି ଓ ସ୍ୱାଭିମାନର ପ୍ରତୀକ ତ୍ରିରଙ୍ଗା। ଦେଶର ସ୍ବାଧୀନତା ପାଇଁ ଲଢି ବଳିଦାନ ଦେଇଥିବା ସଂଗ୍ରାମୀଙ୍କୁ ମନେ ପକାଉଛନ୍ତି ଦେଶବାସୀ।

ସ୍ଵାଧୀନତା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି। ଏହି ପବିତ୍ର ଦିବସରେ ଆମ ମହାପୁରୁଷମାନଙ୍କ ତ୍ୟାଗ ଓ ବଳିଦାନକୁ ସ୍ମରଣ କରି ଏକ ସମୃଦ୍ଧ ଭାରତ ଗଠନ ଦିଗରେ ସଂକଳ୍ପବଦ୍ଧ ହେବା ପାଇଁ ଆହ୍ୱାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

Comments are closed.