ବନ୍ତଳାରେ ନୂଆ ଅଗ୍ନିଶମ ସେବା କେନ୍ଦ୍ର ପାଇଁ ୧୫ଟି ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର – ଅନୁଗୁଳ ଜିଲ୍ଲା ବନ୍ତଳା ଠାରେ ନୂତନ ଭାବେ ସ୍ଥାପିତ ଅଗ୍ନିଶମ ସେବା କେନ୍ଦ୍ର ପାଇଁ ବିଭିନ୍ନ ବର୍ଗର ୧୫ଟି ପଦବୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ ଦେଇଛନ୍ତି ।

ପ୍ରକାଶଯୋଗ୍ୟ ଯେ ବନ୍ତଳା ଅଞ୍ଚଳରେ ମୁଖ୍ୟମନ୍ତ୍ରୀ ଏକ ନୂତନ ଅଗ୍ନିଶମ ସେବା କେନ୍ଦ୍ର ସ୍ଥାପନ ପାଇଁ ଗତ ଜୁଲାଇ ମାସରେ ଅନୁମୋଦନ ଦେଇଥିଲେ । ଆଜି ଏହି ନୂତନ ଅଗ୍ନିଶମ ସେବା କେନ୍ଦ୍ର ପାଇଁ ୧୫ଟି ପଦବୀ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହି ପଦବୀଗୁଡିକ ହେଲା – ଗୋଟିଏ ଷ୍ଟେସନ ଅଫିସର, ଦୁଇଟି ଲିଡିଂ ଫାୟରମ୍ୟାନ, ଗୋଟିଏ ଡ୍ରାଇଭର-ହାବିଲଦାର, ଗୋଟିଏ ଫାୟାରମ୍ୟାନ ଡ୍ରାଇଭର ଏବଂ ୧୦ଟି ଫାୟାରମ୍ୟାନ ପଦବୀ । ଖୁବଶୀଘ୍ର ଏହି ପଦବୀ ଗୁଡିକ ପୂରଣ ହୋଇ ବନ୍ତଳା ଅଗ୍ନିଶମ ସେବା କେନ୍ଦ୍ର କାର୍ଯ୍ୟକ୍ଷମ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

Comments are closed.