ଆଜି ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ କବି ଜୟନ୍ତ ମହାପାତ୍ରଙ୍କ ଶେଷକୃତ୍ୟ

ଭୁବନେଶ୍ୱର – ବିଶିଷ୍ଟ କବି ପଦ୍ମଶ୍ରୀ ଜୟନ୍ତ ମହାପାତ୍ରଙ୍କ‌ ଆଜି ଶେଷକୃତ୍ୟ ସମ୍ପନ୍ନ ହେବ । ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ କବିଙ୍କ ଶେଷକୃତ୍ୟ କରାଯିବ। ଗତକାଲି ଚିକିତ୍ସାଧିନ ଅବସ୍ଥାରେ କଟକ ଏସସିବି ମେଡିକାଲରେ ଗତକାଲି ରାତିରେ ଆଖି ବୁଜିଥିଲେ କବି ଜୟନ୍ତ ମହାପାତ୍ର । ମୃତ୍ୟୁବେଳକୁ ତାଙ୍କୁ ୯୫ ବର୍ଷ ବୟସ ହୋଇଥିଲା।

ବିଳମ୍ବିତ ରାତିରେ ତାଙ୍କ ପାର୍ଥିବ ଶରୀରକୁ କଟକ ତିନିକୋଣିଆ ବଗିଚା ସ୍ଥିତ ବାସଭବନକୁ ଅଣାଯାଇଥିଲା ।

ଜୟନ୍ତ ମହାପାତ୍ର ସ୍ନାୟୁ ରୋଗରେ ପୀଡିତଥିଲେ । କିଛି ଦିନ ହେଲା ଏସସିବିର ଆସିୟୁରେ ରଖାଯାଇ ତାଙ୍କର ଚିକିତ୍ସା କରାଯାଉଥିଲା । ହେଲେ ଗତକାଲି ରାତିରେ ସ୍ୱାସ୍ଥ୍ୟାବସ୍ଥା ବିଗିଡିବାରୁ ତାଙ୍କୁ ଭେଣ୍ଟିଲେଟରକୁ ସ୍ଥାନାନ୍ତର କରାଯାଇଥିଲା । ଅଗଷ୍ଟ ୪ ତାରିଖରେ ଜୟନ୍ତ ମହାପାତ୍ରଙ୍କୁ କଟକ ବଡ ମେଡିକାଲକୁ ଅଣାଯାଇଥିଲା ।

ଜୟନ୍ତ ମହାପାତ୍ର ଉଭୟ ଓଡିଆ ଓ ଇଂରାଜୀରେ ଲେଖନୀ ଚାଳନା କରି ଓଡ଼ିଆ ସାହିତ୍ୟକୁ ରୁଦ୍ଧିମନ୍ତ କରିଛନ୍ତି। କବିତା ଓ ଗଳ୍ପ ସଂକଳନ ସହ ଆତ୍ମଜୀବନୀ ପାହିନି ରାତି ଓଡିଆ ସାହିତ୍ୟକୁ ରୁଦ୍ଧିମନ୍ତ କରିଛି । ସାହିତ୍ୟ ସାଧନା ପାଇଁ ତାଙ୍କୁ ପଦ୍ମଶ୍ରୀ ସମ୍ମାନ, କେନ୍ଦ୍ର ସାହିତ୍ୟ ଏକଡେମୀ ପୁରସ୍କାର, ଉକ୍ରଳ ରତ୍ନ ସମ୍ମାନ, ସାରଳା ସମ୍ମାନ, ବିଷୁବ ପୁରସ୍କାରରେ ସମ୍ମାନିତ କରାଯାଇଛି ।

Comments are closed.