୩ ତାରିଖରେ ଘୂର୍ଣ୍ଣିବଳୟ, ଲଘୁଚାପ ଆଣିବ ବର୍ଷା

ଭୁବନେଶ୍ୱର -ବର୍ଷା ନଥିବାରୁ ସାରା ରାଜ୍ୟ ଗତ ଦୁଇ ସପ୍ତାହ ହେବ ଖରା ଓ ଗରମରେ ସିଝୁଛି । ଅଗଷ୍ଟରେ ନିଅଣ୍ଟିଆ ବର୍ଷା ଯୋଗୁଁ ଚାଷ କାମ ବି ବାଧାପ୍ରାପ୍ତ ହୋଇଛି । ସମସ୍ତେ ଏବେ ସେପ୍ଟେମ୍ବର ବର୍ଷାକୁ ଅନାଇ ବସିଛନ୍ତି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଆସନ୍ତା ୩ ତାରିଖରେ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ଏକ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାୟ ପ୍ରଭାବରେ ପରବର୍ତ୍ତୀ ୪୮ ଘଣ୍ଟାରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ବାୟୁ ଚଳନରେ ପରିବର୍ତ୍ତନ ସମ୍ଭାବନା ହେତୁ ରାଜ୍ୟରେ ୩ ତାରିଖରୁ ବର୍ଷାର ବିସ୍ତୃତି ବଢିବ। ତେବେ ୩ ଓ ୪ ତାରିଖରେ ରାଜ୍ୟରେ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

Comments are closed.