ଓଡ଼ିଶା ହାଇକୋର୍ଟରେ ଦୁଇ ନୂଆ ବିଚାରପତି ନିଯୁକ୍ତ 

ନୂଆଦିଲ୍ଲୀ – ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ବରିଷ୍ଠ ଆଇନଜୀବୀ ଶିବ ଶଙ୍କର ମିଶ୍ର ଓ ବରିଷ୍ଠ ବିଚାର ବିଭାଗୀୟ ଅଧିକାରୀ ଆନନ୍ଦ ଚନ୍ଦ୍ର ବେହେରାଙ୍କୁ ନିଯୁକ୍ତି ମିଳିଛି। କେନ୍ଦ୍ର ଆଇନ ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ଏକ୍ସ ( ପୂର୍ବର ଟୁଇଟର ) ଜରିଆରେ ଏହି ସୂଚନା ଦେବା ସହ ଉଭୟଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ଡି.ୱାଇ.ଚନ୍ଦ୍ରଚୂଡ, ଜଷ୍ଟିସ ଏସ.କେ.କୌଲ ଓ ଜଷ୍ଟିସ ସଂଜୀବ ଖାନ୍ନାଙ୍କୁ ନେଇ ଗଠିତ କଲେଜିୟମ ଶିବ ଶଙ୍କର ମିଶ୍ର ଓ ଆନନ୍ଦ ଚନ୍ଦ୍ର ବେହେରାଙ୍କ ନାମ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଁ ସୁପାରିଶ କରିଥିଲେ। ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଦୁଇ ବରିଷ୍ଠତମ ବିଚାରପତିଙ୍କ ସହିତ ପରାମର୍ଶ କରି ଚଳିତବର୍ଷ ଜାନୁଆରି ୧୭ତାରିଖରେ ଶିବ ଶଙ୍କର ମିଶ୍ର ଓ ଆନନ୍ଦ ଚନ୍ଦ୍ର ବେହେରାଙ୍କ ନାମର ପ୍ରସ୍ତାବ ରଖିଥିଲେ । ଏଥିରେ ସମ୍ମତି ପ୍ରକାଶ କରିଥିଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ । ଏହାପରେ ଉଭୟଙ୍କ ନିଯୁକ୍ତି ସଂପର୍କିତ ପ୍ରସ୍ତାବକୁ ସୁପ୍ରିମକୋର୍ଟ କଲେଜିୟମ ବୈଠକରେ ଗ୍ରହଣ କରାଯାଇଥିଲା।

Comments are closed.