ରାଜ୍ୟର ପ୍ରଥମ ଅତ୍ୟାଧୁନିକ ବସ୍ ଟର୍ମିନାଲର ଆଜି ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ 

କଟକ – ରାଜ୍ୟର ପ୍ରଥମ ଅତ୍ୟାଧୁନିକ ବସ୍ ଟର୍ମିନାଲ ଆଜିଠୁ କାର୍ଯ୍ୟକ୍ଷମ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକ ଖାନନଗରରେ ନିର୍ମିତ ନେତାଜୀ ବସ୍ ଟର୍ମିନାଲକୁ ଆଜି ଲୋକାର୍ପିତ କରିବେ । ବସ ଟର୍ମିନାଲ ସହ ସମେତ କଟକର ୧୨ଟି ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ।

୯୦ କୋଟିରୁ ଅଧିକ ଟଙ୍କା ବ୍ୟୟରେ ନେତାଜୀ ବସ୍ ଟର୍ମିନାଲ ୧୫ ଏକର ପରିମିତ ଜମି ଉପରେ ନିର୍ମିତ ହୋଇଛି । ଏଠାରେ ୧୯୨ଟି ବସର ରହଣି ଓ ଯାତାୟାତ ସାଙ୍ଗକୁ ଯାତ୍ରୀଙ୍କ ପାଇଁ ପ୍ରତୀକ୍ଷାଳୟ, ବିଶ୍ରାମ କକ୍ଷ, ଆହାର କେନ୍ଦ୍ର, ହାଇଜେନିକ ଷ୍ଟଲ୍, ପୁରୁଷ ଓ ମହିଳାଙ୍କ ପାଇଁ ସ୍ବତନ୍ତ୍ର ଟିକେଟ କାଉଣ୍ଟରର ସୁବିଧା ରହିଛି। ଇଲୋକ୍ଟ୍ରୋନିକ ସୂଚନା ବ୍ୟବସ୍ଥା ମଧ୍ୟ କରାଯାଇଛି। ସିସିଟିଭି ସହ ଟର୍ମିନାଲ ମଧ୍ୟରେ ଏକ ପୋଲିସ ଆଉଟ ପୋଷ୍ଟ ଯାତ୍ରୀଙ୍କ ସୁରକ୍ଷା ପାଇଁ ରହିବ ।

Comments are closed.