ସୁନ୍ଦରଗଡ଼ ଜିଲ୍ଲାରେ ସ୍କ୍ରବ୍ ଟାଇଫସ ଆକ୍ରାନ୍ତଙ୍କ ସଂଖ୍ୟା ୨୩୦କୁ ବୃଦ୍ଧି

ସୁନ୍ଦରଗଡ଼ – ସୁନ୍ଦରଗଡ଼ ଜିଲ୍ଲାରେ ଆଉ ୯ ଜଣ ସ୍କ୍ରବ୍ ଟାଇଫସ ଆକ୍ରାନ୍ତ ଚିହ୍ନଟ। ବର୍ତ୍ତମାନ ସୁଦ୍ଧା ଏହି ଜିଲ୍ଲାରେ ୨୩୦ ଜଣ ସ୍କ୍ରବ୍ ଟାଇଫସ୍‌ ରୋଗୀ ଚିହଟ ହୋଇଥିବା ନେଇ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ସୂଚନା ପ୍ରଦାନ କରିଛି। ୧୦ଟି ରକ୍ତନମୁନା ପରୀକ୍ଷା ହେବା ପରେ ସେଥିରୁ ୯ ଜଣଙ୍କଠାରେ ସ୍କ୍ରବ୍ ଟାଇଫସ୍‌ ରୋଗ ଚିହ୍ନଟ ହୋଇଛି।

ଜିଲ୍ଲାର ସଦର ବ୍ଲକ୍‌ ମଝାପଡ଼ା ଓ ବାଲିଶଙ୍କରା ବ୍ଲକରୁ ଅଧିକ ରୋଗୀ ଚିହ୍ନଟ ହୋଇଛନ୍ତି। ଏହି ରୋଗ କୀଟ କାମୁଡାରୁ ହେଉଥିବାରୁ ଜଙ୍ଗଲ ତଥା ବିଲବାଡ଼ିକୁ ଯିବା ସମୟରେ ସମ୍ପୂର୍ଣ ଶରୀରକୁ ଘୋଡ଼ାଇ ରଖିବାକୁ ସ୍ବାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି। ଏହି ରୋଗକୁ ନିୟନ୍ତ୍ରଣ କରିବା ପାଇଁ ଜିଲ୍ଲା ମୁଖ୍ୟ ଡାକ୍ତରଖାନା ଓ ରାଉରକେଲା ସରକାରୀ ଡାକ୍ତରଖାନାରେ ଔଷଧ ଓ ପରୀକ୍ଷା ବ୍ୟବସ୍ଥା ରହିଛି ବୋଲି ଭାରପ୍ରାପ୍ତ ସିଡିଏମଓ ଡକ୍ଟର କାହ୍ନୁଚରଣ ନାୟକ ସୂଚନା ଦେଇଛନ୍ତି।

Comments are closed.