ପୂର୍ବତନ ସମିତି ସଭ୍ୟ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତଙ୍କୁ ନିର୍ମମ ହତ୍ୟା

କାମାକ୍ଷାନଗର – ହତ୍ୟାକାଣ୍ଡର ଅଭିଯୁକ୍ତକୁ ବୀଭତ୍ସ ହତ୍ୟା। ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗରର ବହୁ ଚର୍ଚ୍ଚିତ ଦୀପକ ମାହୁନ୍ତ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ନିରଞ୍ଜନ ସାହୁଙ୍କୁ ହତ୍ୟା କରାଯାଇଛି । କାମାକ୍ଷାନଗର ଥାନା ଆଳତୁମା ଗାଁ ରେଲୱେ ଓଭର ବ୍ରିଜ ପାଖ ସଉରିଆ ନିକଟରେ ତାଙ୍କୁ ହତ୍ୟା କରାଯାଇଛି । ଘଟଣାସ୍ଥଳରୁ ରକ୍ତ ଜୁଡୁବୁଡୁ ମୃତଦେହ ସହ ଗୁଳି ଜବତ କରିଛି ପୋଲିସ। ଗତକାଲି ବିଳମ୍ବିତ ରାତିରେ ନିରଞ୍ଜନଙ୍କୁ ହତ୍ୟା କରିଛନ୍ତି ଦୁର୍ବୁତ୍ତ ।

୨୦୨୧ ମସିହା ସେପ୍ଟେମ୍ବର ୨୪ ତାରିଖ ବିଳମ୍ବିତ ରାତିରେ ବାରୁଆଁର ପୂର୍ବତନ ସମିତି ସଭ୍ୟ ଦୀପକ ମାହୁନ୍ତଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିଲା । ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଥିଲେ ନିରଞ୍ଜନ ସାହୁ । କିଛି ମାସ ତଳେ ସେ ଜାମିନରେ ଆସିଥିଲେ । ଘଟଣାସ୍ଥଳରେ କାମାକ୍ଷାନଗର ଏସଡିପିଓ ପ୍ରଭାତ ରଞ୍ଜନ ତ୍ରିପାଠୀ ଓ ଥାନା ଅଧିକାରୀ ଶରତ ମହାଳିକ ତନାଘନା ଜାରି ରଖିଛନ୍ତି।

Comments are closed.