ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ

ନୂଆଦିଲ୍ଲୀ – ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ନେବେ । ପଦାସୀନ ମୁଖ୍ୟ ବିଚାରପତି ଜଷ୍ଟିସ ଶୁଭାଶିଷ ତାଳପତ୍ର ଅକ୍ଟୋବର ୪ ତାରିଖରେ ଅବସର ନେଉଛନ୍ତି । ତାଙ୍କ ସ୍ଥାନରେ ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ନେବେ ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ। ଜଷ୍ଟିସ ଷଡ଼ଙ୍ଗୀଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଦେଇଛନ୍ତି । ଏ ନେଇ ଆଇନ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

Comments are closed.