ଭୁବନେଶ୍ୱର- ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଉତ୍ତର- ପଶ୍ଚିମ ଦିଗରେ ଗତି କରିଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ମୁହାଁ ହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଜିଠୁ ୩ ଦିନ ଧରି ପ୍ରବଳ ବର୍ଷା ସମ୍ଭାବନା ରହିଛି । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଭୁବନେଶ୍ୱରର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଅରେଞ୍ଜ ଆଲର୍ଟ ଜିଲ୍ଲା ଗୁଡିକରେ ୭ ରୁ ୧୧ ସେମି ବର୍ଷା ହେବ । ଏହାସହ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ବିଜୁଳି, ଘଡଘଡି ସହ ବର୍ଷା ହୋଇପାରେ । ଆଜିଠାରୁ ବର୍ଷାର ପରିମାଣ ଓ ବିସ୍ତୃତି ବଢିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ଆସନ୍ତାକାଲିଠୁ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।
Comments are closed.