ଲାଲ୍ ବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର – ଭାରତର ଦ୍ୱିତୀୟ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀଙ୍କ ଆଜି ଜୟନ୍ତୀ । ଏହି ଅବସରରେ ତାଙ୍କୁ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଲାଲ୍ ବାହାଦୂର ଶାସ୍ତ୍ରୀ ଥିଲେ ଜଣେ ମହାନ ସ୍ୱାଧୀନତା ସଂଗ୍ରାମୀ ଓ ଜ୍ଞାନୀ । ତାଙ୍କର ‘ଜୟ ଯବାନ, ଜୟ କିଷାନ’ ସ୍ଲୋଗାନ ଭାରତୀୟତାର ପ୍ରକୃତ ବାର୍ତ୍ତା ବହନ କରୁଛି ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତ୍ତାରେ କହିଛନ୍ତି। ଏହା ଆଜି ବି ଆମକୁ ପ୍ରେରଣା ପ୍ରଦାନ କରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Comments are closed.