ସିକିମ ବନ୍ୟାରେ ଓଡ଼ିଆ ଯବାନଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ

ଭୁବନେଶ୍ୱର – ସିକିମରେ ବନ୍ୟା ଯୋଗୁଁ ଘଟିଥିବା ଅଘଟଣରେ ଓଡ଼ିଆ ଯବାନ ସରୋଜ କୁମାର ଦାସ ସହିଦ ହୋଇଛନ୍ତି। ସରୋଜ ସହିଦ ହେବା ଖବରରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦେଶ ସେବାରେ ତାଙ୍କର ବଳିଦାନ ସର୍ବଦା ସ୍ମରଣୀୟ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ।

Comments are closed.