ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ଡିପିଆରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ଖୁବ୍ ଶୀଘ୍ର ଟେଣ୍ଡର ପ୍ରକ୍ରିୟା

ଭୁବନେଶ୍ୱର – ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ବିସ୍ତୃତ ପ୍ରକଳ୍ପ ରିପୋର୍ଟ – ଡିପିଆରକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ଖୁବ ଶୀଘ୍ର ଟେଣ୍ଡର ପ୍ରକ୍ରିୟା ଆରମ୍ଭ ହେବ ବୋଲି ସୂଚନା ମିଳିଛି ।

ଆସନ୍ତା ୧୮ ତାରିଖରେ ଭୁବନେଶ୍ୱର ମେଟ୍ରୋ ରେଳ କର୍ପୋରେସନର ପ୍ରଥମ ବୈଠକ ଅନୁଷ୍ଠିତ ହେବ । ବୈଠକରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଅଧ୍ୟକ୍ଷତା କରିବେ । ଓଡ଼ିଶାର ପ୍ରଥମ ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ୨୧୦ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି ରାଜ୍ୟ ସରକାର। ପ୍ରଥମ ପର୍ଯ୍ୟାୟ ମେଟ୍ରୋ ରେଳ ପ୍ରକଳ୍ପ ୨୬ କିଲୋମିଟର ଦୂରତା ବିଶିଷ୍ଟ ହେବ ଓ ୨୦ଟି ଷ୍ଟେସନ ରହିବ । ଗତ ଅଗଷ୍ଟ ମାସରେ ଦିଲ୍ଲୀ ମେଟ୍ରୋ ରେଳ ପ୍ରକଳ୍ପ – ଡିଏମଆରସି ପକ୍ଷରୁ ଭୁବନେଶ୍ୱର ପ୍ରକଳ୍ପ ନେଇ ରାଜ୍ୟ ସରକାରଙ୍କୁ ଡିପିଆର ପ୍ରଦାନ କରାଯାଇଥିଲା । ଏ ବର୍ଷ ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନବନ୍ଦରଠାରୁ କଟକର ତ୍ରିଶୂଳିଆ ଯାଏଁ ମେଟ୍ରୋ ଟ୍ରେନ ପ୍ରକଳ୍ପ ପାଇଁ ଘୋଷଣା କରିଥିଲେ ।

Comments are closed.