ସୁନ୍ଦରଗଡ଼ରେ ୧୬ ନୂଆ ସ୍କ୍ରବ ଟାଇଫସ ପଜିଟିଭ ଚିହ୍ନଟ

ସୁନ୍ଦରଗଡ଼ – ସୁନ୍ଦରଗଡ଼ ଜିଲ୍ଲାରେ ନୂଆ ୧୬ ସ୍କ୍ରବ ଟାଇଫସ ପଜିଟିଭ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟାରେ ୧୧୪ ନମୁନାରୁ ୧୬ ପଜିଟିଭ ଚିହ୍ନଟ ହୋଇଥିବା ଜଣାଯାଇଛି। ଜିଲ୍ଲାରେ ଏହି ରୋଗରେ ଆକ୍ରାନ୍ତଙ୍କ ସଂଖ୍ୟା ୩୮୯କୁ ବୃଦ୍ଧି ପାଇଛି। ଏନେଇ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଧରଣୀ ରଞ୍ଜନ ଶତପଥୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଜିଲ୍ଲାରେ ରୋଗ ପାଇଁ ଯଥେଷ୍ଟ ଔଷଧ ମହଜୁଦ ରହିଛି। ଚିକିତ୍ସା ଲାଗି ସ୍ଵତନ୍ତ୍ର ଡାକ୍ତରୀ ଦଳ ବି ପ୍ରସ୍ତୁତ ରହିଛନ୍ତି। ଏହି ରୋଗ ଲାଗି ଗାଁ ଗାଁରେ ଲୋକଙ୍କୁ ସଚେତନ କରାଯାଉଛି।

Comments are closed.