ଆଜି କଟକ ଓ କେନ୍ଦ୍ରାପଡା ଜିଲ୍ଲାରେ ‘ଆମ ଓଡ଼ିଶା ନବୀନ ଓଡ଼ିଶା’ର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ଆଜି କଟକ ଓ କେନ୍ଦ୍ରାପଡା ଜିଲ୍ଲାରେ ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ଯୋଜନା ଅଧୀନସ୍ଥ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କଟକ ଜିଲ୍ଲାରେ ୧୮୬ କୋଟି ୫୦ ଲକ୍ଷ ଟଙ୍କା ବ୍ୟୟରେ ୫ ହଜାର ୩୫୧ଟି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରାଯିବ।

କେନ୍ଦ୍ରାପଡା ଜିଲ୍ଲାରେ ୧୨୪ କୋଟି ୫୦ ଲକ୍ଷ ଟଙ୍କା ବ୍ୟୟରେ ୩ ହଜାର ୩୫୩ଟି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ ଆଭାସୀ ଜରିଆରେ କରିବେ ମୁଖ୍ୟମନ୍ତ୍ରୀ।

ସୂଚନାଯୋଗ୍ୟ ଯେ, ଗତ ୧୦ ତାରିଖରେ ରାଜ୍ୟ ସରକାରଙ୍କର ମହତ୍ତ୍ଵାକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ଆରମ୍ଭ ହୋଇଛି। ଏହି କାର୍ଯ୍ୟକ୍ରମର ଫୋକସରେ ରହିଛି ପ୍ରତି ପଞ୍ଚାୟତ, ପ୍ରତି ଗାଁ। ପ୍ରଥମେ କେନ୍ଦୁଝର ଓ ଭଦ୍ରକ ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ ହୋଇଥିଲା । ପରେ ପୁରୀ, ନୟାଗଡ଼, ମୟୂରଭଞ୍ଜ, ବରଗଡ଼ ଓ ଦେବଗଡ଼ ଜିଲ୍ଲାରେ ଏହି ଯୋଜନା ଆରମ୍ଭ କରାଯାଇଛି ।

ସାରା ରାଜ୍ୟରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ପାଇଁ ୩୩୯୭ କୋଟି ଟଙ୍କା ଖର୍ଚ୍ଚ ହେବ । ଏଥିରେ ସାମିଲ ହେବେ ରାଜ୍ୟର ୬୭୯୪ଟି ପଞ୍ଚାୟତ । କାର୍ଯ୍ୟକାରୀ ହେବ ୯୦୭୨୩ଟି ପ୍ରକଳ୍ପ। ଏହି ଯୋଜନାରେ ପ୍ରତି ପଞ୍ଚାୟତକୁ ୫୦ ଲକ୍ଷ ଟଙ୍କା ଲେଖାଏଁ ମିଳିବ । ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତି, ଓଡିଶାର ସଂସ୍କୃତିର ମୂଳଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ବିକାଶ କରାଯିବ।

Comments are closed.