ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୨୩ ବେଳକୁ ଅବପାତ 

ଭୁବନେଶ୍ୱର – ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର। ଏହି ଲଘୁଚାପ କ୍ଷେତ୍ର ୨୩ ତାରିଖ ବେଳକୁ ଅଧିକ ଘନୀଭୂତ ହୋଇ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ୨୪ରେ ହାଲୁକା ବର୍ଷା ଓ ୨୫ରେ ବର୍ଷାର ପରିମାଣ ବଢ଼ିବ ବୋଲି ପୂର୍ବାନୁମାନ କରାଯାଇଛି। ତେବେ ଆଜିଠୁ ୨୩ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ । ଯଦି ବର୍ଷା ହୁଏ, ତାହା ହେଲେ ଦଶହରା ଓ ଭସାଣ ଫିକା ପଡିବ ।

Comments are closed.