ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସମ୍ଭାବନା

 

ଭୁବନେଶ୍ବର – ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସମ୍ଭାବନା ଦେଖାଦେଇଛି, ଯାହାର ପ୍ରଭାବରେ ରାଜ୍ୟରେ ବର୍ଷା ହୋଇପାରେ। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଆସନ୍ତା ୧୩ରୁ ୧୫ ତାରିଖ ମଧ୍ୟରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହା ପରବର୍ତ୍ତୀ ୪୮ ଘଣ୍ଟା ଭିତରେ ଲଘୁଚାପରେ ପରିଣତ ହେବା ସମ୍ଭାବନା ରହିଛି। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଚଳିତ ମାସ ୧୬ ତାରିଖରୁ ଦକ୍ଷିଣ ଓ ଉତ୍ତର ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ହେବା ସମ୍ଭାବନା ରହିଛି । ଗଞ୍ଜାମ, ଗଜପତି, ରାୟଗଡା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ରେ ମଧ୍ୟମ ଧରଣର ବର୍ଷା ହେବ । ଉପକୂଳ ଓଡିଶାର ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର ଏବଂ ନୟାଗଡ଼ରେ ହାଲୁକା ବର୍ଷାର ପୂର୍ବାନୁମାନ କରାଯାଇଛି।

Comments are closed.