ବଙ୍ଗୋପ ସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୧୬ ତାରିଖ ବେଳକୁ ଅବପାତ 

ଭୁବନେଶ୍ୱର – ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ -ପୂର୍ବ ବଙ୍ଗୋପ ସାଗରରେ ଆଜି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତାକାଲିଠାରୁ ପାଗ ମେଘୁଆ ରହିବା ସହ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରଟି କ୍ରମଶଃ ଘନୀଭୂତ ହୋଇ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବ। ୧୬ ତାରିଖ ବେଳକୁ ଏହା ଅବପାତରେ ପରିଣତ ହେବା ସମ୍ଭାବନା ରହିଛି। ୧୫ ତାରିଖରୁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ୧୬ ତାରିଖ ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।ଏହିସବୁ ଜିଲ୍ଲା ଗୁଡ଼ିକ ହେଲା ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ ଓ ଗଂଜାମ। ଏସବୁ ଜିଲ୍ଲାର ପାର୍ଶ୍ୱବର୍ତ୍ତୀ ଜିଲ୍ଲା ମାନଙ୍କରେ ମଧ୍ୟ ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି।

Comments are closed.