ବଙ୍ଗୋପ ସାଗରରେ ସୃଷ୍ଟି ହେଲା ସୁଦୃଶ୍ୟ ଲଘୁଚାପ, କାଲି ସୁଦ୍ଧା ଅବପାତ

ଭୁବନେଶ୍ୱର – ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି। ଆସନ୍ତାକାଲି ସୁଦ୍ଧା ଏହା ଗଭୀର ଅବପାତର ରୂପ ନେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତାକାଲିଠୁ ଉପକୂଳରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି। ଉପକୂଳ ଓଡ଼ିଶାର ପୁରୀ, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଣେ ମତ୍ସ୍ୟଜୀବୀଙ୍କୁ ଆଜିଠୁ ୧୭ ତାରିଖ ଯାଏଁ ସମୁଦ୍ର ବାରଣ କରାଯାଇଛି । ସମୁଦ୍ର ଅଶାନ୍ତ ଯୋଗୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ ହୋଇଛି । ଓଡ଼ିଶା ଉପକୂଳ ଓ ଆଖପାଖ ଅଞ୍ଚଳକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।

Comments are closed.