ଓଡ଼ିଶାକୁ ଅବପାତର ପ୍ରଭାବ ବେଶୀ ନାହଁ: ଆଇଏମଡି ଡିଜି

ଭୁବନେଶ୍ୱର – ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ସୁଦୃଶ୍ୟ ଲଘୁଚାପ ଅବପାତରେ ପରିଣତ ହୋଇଛି। ଏହି ଅବପାତ ଆସନ୍ତାକାଲି ଗଭୀର ଅବପାତର ରୂପ ନେଇପାରେ । ତେବେ ଅବପାତ ଦ୍ୱାରା ଓଡ଼ିଶା ବେଶୀ ପ୍ରଭାବିତ ହେବ ନାହିଁ ବୋଲି ଭାରତୀୟ ପାଣିପାଗ ବିଭାଗ ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି।

ଆନ୍ଧ୍ର ଉପକୂଳରୁ ଦୂରରେ ଉତ୍ତର- ଉତ୍ତର ପୂର୍ବ ଦିଗକୁ ଗତି କରିବ ଅବପାତ । ଏହାର ପ୍ରଭାବରେ ଆଜି ସନ୍ଧ୍ୟାରୁ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ଆସନ୍ତାକାଲି ଉପକୂଳବର୍ତ୍ତୀ ଅଞ୍ଚଳରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଆସନ୍ତା ୧୭ ତାରିଖରେ ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସମୁଦ୍ର ଅଶାନ୍ତ ଥିବାରୁ ୧୮ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ପରାମର୍ଶ ଦିଆଯାଇଛି ।

Comments are closed.