ବାଦାମପାହାଡ଼ରୁ ତିନି ନୂଆ ଟ୍ରେନ ଚଳାଚଳର ଶୁଭାରମ୍ଭ କଲେ ରାଷ୍ଟ୍ରପତି 

ରାଇରଙ୍ଗପୁର – ଓଡ଼ିଶା ଗସ୍ତର ଦ୍ୱିତୀୟ ଦିନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବାଦାମପାହାଡ଼ ରେଳଷ୍ଟେସନରୁ ତିନିଟି ନୂଆ ଟ୍ରେନ୍ ଚଳାଚଳର ଶୁଭାରମ୍ଭ କରିଛନ୍ତି। ଏହି ଟ୍ରେନ୍ ଗୁଡ଼ିକ ହେଲା ବାଦାମପାହାଡ଼- ଟାଟାନଗର ମେମୁ, ବାଦାମପାହାଡ଼-ରାଉରକେଲା ସାପ୍ତାହିକ ଏକ୍ସପ୍ରେସ୍ ଏବଂ ବାଦାମପାହାଡ଼ – ଶାଲିମାର ସାପ୍ତାହିକ ଏକ୍ସପ୍ରେସ। ଟ୍ରେନ ଚଳାଚଳ ଶୁଭାରମ୍ଭ ଅବସରରେ ରାଜ୍ୟପାଳ ରଘୁବର ଦାସ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ, କେନ୍ଦ୍ର ଜଳସଂପଦ ଓ ଆଦିବାସୀ ବ୍ୟାପାର ମନ୍ତ୍ରୀ ବିଶ୍ବେଶ୍ବର ଟୁଡୁ ଓ ରାଜସ୍ବ ମନ୍ତ୍ରୀ ସୁଦାମ ମାର୍ଣ୍ଡି ପ୍ରମୁଖ ଉପସ୍ଥିତ ଥିଲେ।

ପରେ ରାଷ୍ଟ୍ରପତି ନୂଆ ରାଇରଙ୍ଗପୁର ଡାକ ଡିଭିଜନ ଉଦଘାଟନ କରିଥିଲେ । ଏହି ଅବସରରେ ସେ ରାଇରଙ୍ଗପୁର ଡାକ ଡିଭିଜନର ଏକ ସ୍ମାରକୀ ଲଫାପା ଜାରି କରିଛନ୍ତି। ଏଥିସହିତ ବାଦାମପାହାଡ଼ ରେଳଷ୍ଟେସନର ପୁନର୍ବିକାଶ ପାଇଁ ଶିଳାନ୍ୟାସ କରିଛନ୍ତି ରାଷ୍ଟ୍ରପତି।

Comments are closed.