ପୁରୀରେ ପଞ୍ଚୁକ ଭିଡ ନିୟନ୍ତ୍ରଣ ପାଇଁ ପ୍ରଶାସନ ତତ୍ପର , ୫ ଦିନ ବନ୍ଦ ରହିବ ବଡ଼ଦାଣ୍ଡରେ ସବୁ ଉଠା ଦୋକାନ

ପୁରୀ – ପବିତ୍ର କାର୍ତ୍ତିକ ମାସ ଯୋଗୁଁ ଶ୍ରୀକ୍ଷେତ୍ରରେ ଅସମ୍ଭବ ଭିଡ ପରିଲକ୍ଷିତ ହେଇଛି। ଦିନକୁ ଦିନ ଜଗା ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ ବଢ଼ିବାରେ ଲାଗିଛି। ଆଗକୁ ପଞ୍ଚୁକ ଥିବାରୁ ଭିଡ ଆହୁରି ବୃଦ୍ଧି ପାଇବା ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପଞ୍ଚୁକ ୫ ଦିନ ବଡ଼ଦାଣ୍ଡରେ ଥିବା ସମସ୍ତ ଉଠାଦୋକାନ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛି । ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ମରିଚିକୋଟ ଛକ ପର୍ଯ୍ୟନ୍ତ ବ୍ୟାରିକେଡିଂ କରାଯିବ। ମାର୍କେଟ ଛକରୁ ଗାଡ଼ି ଚଳାଚଳ ବନ୍ଦ କରାଯିବ ବୋଲି ସୂଚନା ଦେଇଛନ୍ତି ଜିଲ୍ଲାପାଳ ସମର୍ଥ ବର୍ମା।

ପଞ୍ଚୁକରେ ଗହଳି ନିୟନ୍ତ୍ରଣ ପାଇଁ ୩ଟି ସିଫ୍ଟରେ ସ୍ବେଚ୍ଛାସେବୀ ମୁତୟନ ରହିବେ। ଭକ୍ତଙ୍କ ଲାଗି ପ୍ରତି ସେଡରେ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦିଆଯାଉଛି। ସୁରକ୍ଷା ଦୃଷ୍ଟିରୁ ପଞ୍ଚୁକ ପାଇଁ ଅଧିକ ୩୦ ପ୍ଲାଟୁନ ଫୋର୍ସ ମୁତୟନ କରାଯିବ ବୋଲି ଜିଲ୍ଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି।

Comments are closed.