ବିଧାନସଭାର ଶୀତକାଳୀନ ଅଧିବେଶନ: ଆଜି ସ୍ୱାଭାବିକ ହେବ କି ସ୍ଥିତି ? 

ଭୁବନେଶ୍ୱର – ଆଜି ବିଧାନସଭା ଶୀତକାଳୀନ ଅଧିବେଶନର ଚତୁର୍ଥ ଦିବସ । ଆଜି ଗୃହରେ ଶକ୍ତି, ଶିଳ୍ପ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ, ବୟନ ଶିଳ୍ପ, ହସ୍ତତନ୍ତ, ବିଜ୍ଞାନ ଓ କାରିଗରୀ ବିଭାଗର ପ୍ରଶ୍ନକାଳ ରହିଛି । ଗତକାଲି ଗୃହରେ ବିରୋଧୀ ଦଳ ସଦସ୍ୟଙ୍କ ହଟ୍ଟଗୋଳ ଯୋଗୁଁ ଗୃହ ଚାଲି ପାରିନଥିଲା । ତେବେ ଦ୍ବିତୀୟାର୍ଦ୍ଧରେ ଗୃହ ସ୍ଵାଭାବିକ ହୋଇଥିଲା । ଆଜି ଗୃହରେ ବିଭିନ୍ନ ପ୍ରସଙ୍ଗରେ ସରଗରମ ଆଲୋଚନା ହୋଇପାରେ । ଆଦିବାସୀ ଜମି ନେଇ କ୍ୟାବିନେଟ୍ ନିଷ୍ପତ୍ତି ସମ୍ପୂର୍ଣ୍ଣ ପ୍ରତ୍ୟାହାର ଏବଂ ଗୃହରେ ଆଲୋଚନା ଦାବି କରି ଦୁଇ ଦିନ ହେବ ବିରୋଧୀ ବିଜେପି ଓ କଂଗ୍ରେସ ହଟ୍ଟଗୋଳ କରିଥିଲେ ।

ଗୃହ ସ୍ବାଭାବିକ ଚାଲିଲେ ଶୂନ୍ୟକାଳରେ ଅନେକ ପ୍ରସଙ୍ଗ ଉଠିପାରେ ।

Comments are closed.