ରାଉରକେଲାରେ ଝାଡ଼ାବାନ୍ତି, ସ୍ଥିତି ଅନୁଧ୍ୟାନ କରିବେ ସ୍ୱାସ୍ଥ୍ୟ ସଚିବ ଓ ରାଜ୍ୟ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର -ରାଉରକେଲା ସହରରେ ଝାଡ଼ାବାନ୍ତି ବ୍ୟାପିଥିବା ବେଳେ ସ୍ଥିତିର ମୁକାବିଲା ପାଇଁ ଉଦ୍ୟମ ଜାରି ରହିଛି। ଝାଡ଼ାବାନ୍ତିରେ ୯ ଜଣଙ୍କର ମୃତ୍ୟୁ ହୋଇଛି। ଶତାଧିକ ଆକ୍ରାନ୍ତ ବିଭିନ୍ନ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସହରର ବସ୍ତି ଅଞ୍ଚଳରେ ଅଧିକ ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହେଉଛନ୍ତି। ଏଣେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତକାଲି ଏକ ବୈଠକରେ ସ୍ଥିତିର ସମୀକ୍ଷା କରିଥିଲେ । ବୈଠକରେ ସ୍ୱାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ, ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ରଙ୍କ ସମେତ ରାଉରକେଲା ସିଡିଏମଓ ମଧ୍ୟ ଉପସ୍ଥିତ ରହିଥିଲେ। ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀଠାରୁ ସ୍ଥିତି ସମ୍ପର୍କରେ ଅବଗତ ହେଇଛନ୍ତି ମୁଖ୍ୟମନ୍ତ୍ରୀ । ଆଜି ସ୍ୱାସ୍ଥ୍ୟ ସଚିବ ଶାଲିନୀ ପଣ୍ଡିତ ଓ ରାଜ୍ୟ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ଏବଂ ତାଙ୍କ ଟିମ୍ ରାଉରକେଲା ଯାଇ ସ୍ଥିତି ଅନୁଧ୍ୟାନ କରିବେ ।

Comments are closed.