କୋଭିଡ ଲକ୍ଷଣ ଦେଖାଦେଲେ ତୁରନ୍ତ ପରୀକ୍ଷା ପାଇଁ ସ୍ୱାସ୍ଥ୍ୟ ନିର୍ଦ୍ଦେଶକଙ୍କ ଅପିଲ୍

ଭୁବନେଶ୍ୱର – କୋଭିଡର ନୂଆ ଭାରିଆଣ୍ଟ ନେଇ ଚିନ୍ତା ପ୍ରକାଶ ପାଇଥିବା ବେଳେ ସବୁ ରାଜ୍ୟକୁ ଆଲର୍ଟ କରିଛନ୍ତି କେନ୍ଦ୍ର ସରକାର। ଡିସେମ୍ବର ୩ ତାରିଖ ପରଠାରୁ ଓଡ଼ିଶାରେ କୋରୋନାର ଗୋଟିଏ ବି ମାମଲା ରିପୋର୍ଟ ହୋଇନଥିଲେ ମଧ୍ୟ ପରିସ୍ଥିତି ଉପରେ କଡ଼ା ନଜର ରଖିଛି ସ୍ୱାସ୍ଥ୍ୟ ବିଭାଗ । କୋଭିଡ ଲକ୍ଷଣ ଦେଖାଗଲେ ତୁରନ୍ତ ପରୀକ୍ଷା କରିବାକୁ ଜନସାଧାରଣଙ୍କୁ ଅପିଲ କରିଛନ୍ତି ରାଜ୍ୟ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର ।

ଆବଶ୍ୟକ ପଡି଼ଲେ କୋଭିଡ ପରୀକ୍ଷା ସେଣ୍ଟର ସଂଖ୍ୟା ବୃଦ୍ଧି କରାଯିବ ବୋଲି ସେ କହିଛନ୍ତି। ମାସ୍କ ବାଧ୍ୟତାମୂଳକ ପାଇଁ ଗାଇଡଲାଇନ୍‌ ଆସିନାହିଁ । ଏ ପର୍ଯ୍ୟନ୍ତ ଓଡ଼ିଶାରେ କୋଭିଡ୍‌ ଚିହ୍ନଟ ହୋଇନାହିଁ । ସର୍ଭିଲାନ୍ସ ବଢ଼ାଇବା ସହ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ।

Comments are closed.