ଆସନ୍ତା ୧୯ରେ ଆଉ ଏକ ଲଘୁଚାପ!

ଭୁବନେଶ୍ୱର – ଦୁଇ ଦୁଇଟି ଲଘୁଚାପ ଯୋଗୁଁ ରାଜ୍ୟରେ ପ୍ରବଳ ଓ ଅତି ପ୍ରବଳ ବର୍ଷା ହୋଇଥିବା ବେଳେ ଆସନ୍ତା ଅଗଷ୍ଟ ୧୯ ତାରିଖ ବେଳକୁ ଉତ୍ତର- ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ନୂତନ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଆଜି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏହି ସୂଚନା ଦେଇଛି ।

ଏ ପରିସ୍ଥିତିରେ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର ଜିଲ୍ଲାଗୁଡ଼ିକର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ହେବା ସମ୍ଭାବନା ରହିଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ବରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ଜିଲ୍ଲାଗୁଡ଼ିକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

Comments are closed.