କୋଟିପତି ଏଏସପି ତ୍ରିନାଥ ମିଶ୍ରଙ୍କୁ ବାଧ୍ୟତାମୂଳକ ଅବସର | News Room Odisha

କୋଟିପତି ଏଏସପି ତ୍ରିନାଥ ମିଶ୍ରଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର: ଆଉ ଜଣେ ଦୁର୍ନୀତି ଗ୍ରସ୍ତ ସରକାରୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର । ଆୟ ବହିର୍ଭୂତ ସଂପତ୍ତି ଠୁଳ ମାମଲାରେ ଭିଜିଲାନ୍ସ ଦ୍ବାରା ଗିରଫ ହୋଇଥିବା ଓଡ଼ିଶା ପୋଲିସର ଯୋଗାଯୋଗ ବିଭାଗର ASP ତ୍ରିନାଥ ମିଶ୍ରଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ଦୁର୍ନୀତିଗ୍ରସ୍ତଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି ରହିଥିବା ବେଳେ ଏ ଯାଏ ଚାକିରିରୁ ମୋଟ ୧୫୨ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ବିଦା କରାଯାଇଛି । ଏସପି ତ୍ରିନାଥଙ୍କଠାରୁ ୯ କୋଟି ଟଙ୍କାର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଜବତ କରିଥିଲା ଭିଜିଲାନ୍ସ ।