ଜନ୍ମଦିନରେ କୋଭିଡ କଟକଣା ଉଲ୍ଲଂଘନ କଲେ ଭୁବନେଶ୍ୱର ବିଜେପି ସାଂସଦ ଅପରାଜିତା ଷଡଙ୍ଗୀ, କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀଙ୍କୁ ଚିଠି ଲେଖିଲେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର

ଭୁବନେଶ୍ୱର- ନିଜ ଜନ୍ମଦିନରେ ଭୁବନେଶ୍ୱର ବିଜେପି ସାଂସଦ ଅପରାଜିତା ଷଡଙ୍ଗୀ କୋଭିଡ ଗାଇଡଲାଇନ ଉଲ୍ଲଂଘନ କରିଥିବା ଅଭିଯୋଗ ହୋଇଛି । ଏ ନେଇ କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟଙ୍କୁ ଚିଠି ଲେଖିଛନ୍ତି ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର । ମାସ୍କ ନ ପିନ୍ଧି ନାଚ, ଗୀତ ଓ ଭିଡ ମଧ୍ୟରେ ଭୁବନେଶ୍ୱର ସାଂସଦ ଜନ୍ମଦିନ ପାଳନ କରିଥିଲେ । ଏଭଳି କାର୍ଯ୍ୟ ଲୋକଙ୍କୁ ଅସୁବିଧାରେ ପକାଇବ ବୋଲି ଚିଠିରେ ଉଲ୍ଲେଖ କରିଛନ୍ତି ମନ୍ତ୍ରୀ ଦିବ୍ୟଶଙ୍କର । ଏ ନେଇ ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିବାକୁ ସେ କେନ୍ଦ୍ର ଗୃହରାଷ୍ଟ୍ର ମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି ।

Comments are closed.