୬ ରାଜ୍ୟସଭା ଆସନ ପାଇଁ ଅକ୍ଟୋବର ୪ରେ ହେବ ଉପନିର୍ବାଚନ | News Room Odisha

୬ ରାଜ୍ୟସଭା ଆସନ ପାଇଁ ଅକ୍ଟୋବର ୪ରେ ହେବ ଉପନିର୍ବାଚନ

ନୂଆଦିଲ୍ଲୀ: ପାଞ୍ଚଟି ରାଜ୍ୟରେ ଖାଲି ପଡିଥିବା ରାଜ୍ୟସଭା ଆସନ ପାଇଁ ଉପନିର୍ବାଚନ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ ଆୟୋଗ । ଅକ୍ଟୋବର ୪ରେ ପଶ୍ଚିମବଙ୍ଗ, ଆସାମ, ତାମିଲନାଡୁ, ମହାରାଷ୍ଟ୍ର ଏବଂ ମଧ୍ୟପ୍ରଦେଶର ଖାଲି ପଡିଥିବା ୬ ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବ। ସେପ୍ଟେମ୍ବର ୧୫ରେ ଏ ସମ୍ପର୍କରେ ବିଜ୍ଞପ୍ତି ଜାରି କରାଯିବ ବୋଲି ନିର୍ବାଚନ ଆୟୋଗ କହିଛନ୍ତି। ଏହା ସହିତ ବିହାର ବିଧାନ ପରିଷଦର ଖାଲି ଥିବା ଆସନ ପାଇଁ ବି ଉପନିର୍ବାଚନ ଅନୁଷ୍ଠିତ ହେବ। ରାଜ୍ୟସଭା ସିଟ୍ ପାଇଁ ଉପନିର୍ବାଚନ ଲାଗି ନାମାଙ୍କନ ପତ୍ର ଦାଖଲ କରିବାର ଶେଷ ତାରିଖ ସେପ୍ଟେମ୍ବର ୨୨ ।