୧୭ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ, କାର୍ଯ୍ୟକାରୀ ହେବ ମିଶନ ଶକ୍ତି ସ୍କୁଟର ଯୋଜନା | News Room Odisha

୧୭ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ, କାର୍ଯ୍ୟକାରୀ ହେବ ମିଶନ ଶକ୍ତି ସ୍କୁଟର ଯୋଜନା

ଭୁବନେଶ୍ବର – ମିଶନ ଶକ୍ତି ମହିଳାମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ମିଶନ ଶକ୍ତି ସ୍କୁଟର ଯୋଜନା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ମିଶନ ଶକ୍ତି ବିଭାଗର ଏହି ପ୍ରସ୍ତାବକୁ ମଂଜୁରୀ ମିଳିଛି । ମୋଟ ୧୭ଟି ପ୍ରସ୍ତାବ ଉପରେ ବାଜିଛି କ୍ୟାବିନେଟ ମୋହର ।

କର୍କଟ ରୋଗୀଙ୍କ ପାଇଁ ରାଜ୍ୟ ସରକାର ଆରମ୍ଭ କରିବେ ନୂଆ ଯୋଜନା । ଓଡ଼ିଶା କମ୍ପ୍ରିହେନସିଭ କ୍ୟାନସର ପ୍ଲାନକୁ କ୍ୟାବିନେଟ ଅନୁମୋଦନ ମିଳିଛି । ଚାଷୀମାନଙ୍କ ଆର୍ଥିକ ବିକାଶ ପାଇଁ ୫ ପ୍ରତିଶତ ସୁଧରେ ସମବାୟ ବ୍ୟାଙ୍କ ଓ ପ୍ରାଥମିକ ସମବାୟ ସମିତିରୁ ଫସଲ ଋଣ ନେଉଥିବା ଚାଷୀଙ୍କ ଋଣ ଉପରେ ସୁଧ ଛାଡ କରାଯିବ । ଚଳିତ ଆର୍ଥିକ ବର୍ଷରୁ ଆଗାମୀ ପାଞ୍ଚ ବର୍ଷ ପାଇଁ ଏହି ସୁଧ ଛାଡ ବ୍ୟବସ୍ଥା ଲାଗୁ ହେବ ।

ଓଡ଼ିଶା ରାଜ୍ୟ ସମବାୟ ବିପଣନ ସଂଘ ପାଇଁ ସ୍ବତନ୍ତ୍ର କର୍ପସ ପାଣ୍ଠି ଗଠନ କରିଛନ୍ତି ସରକାର । ବନ ସୁରକ୍ଷା ସମିତି କୋଠା ନିର୍ମାଣ ପାଇଁ ସରକାରଙ୍କ ନୂଆ ଯୋଜନା ଆରମ୍ଭ କରିବେ । ପ୍ରତି ଜିଲ୍ଲାରେ କୋଠା ନିର୍ମାଣ କାମ ହେବ ତ୍ବରାନ୍ବିତ । ସରକାରୀ ଉଦ୍ୟୋଗ, କମ୍ପାନୀ, ଘରୋଇ ଶିଳ୍ପ ଓ ବ୍ୟବସାୟ ପ୍ରତିଷ୍ଠାନ ଉପରେ ବାକି ପଡିଥିବା ଜଳକର ଏଣିକି ଏକକ ଭାବେ ପରିଶୋଧ କରିହେବ । ଏଥିପାଇଁ ଜଳସଂପଦ ବିଭାଗର ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ ମିଳିଛି ।

ରାଜ୍ୟରେ ସେମିକଣ୍ଡକ୍ଚର ଓ ଇଲେକଟ୍ରୋନିକ୍ସ ଚିପ ନିର୍ମାଣ ପାଇଁ ଆସିଲା ନୂଆ ନୀତି । ଯେଉଁ କମ୍ପାନୀ ଶିଳ୍ପ ପ୍ରତିଷ୍ଠା କରିବେ ସେମାନଙ୍କୁ ନୂଆ ନୀତି ଆଧାରରେ ପ୍ରୋତ୍ସାହନ ମିଳିବ ।