ପୂର୍ବତନ ସାଂସଦ ମୋହନ ଜେନାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ | News Room Odisha

ପୂର୍ବତନ ସାଂସଦ ମୋହନ ଜେନାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ

ଭୁବନେଶ୍ୱର – ଯାଜପୁରର ପୂର୍ବତନ ସାଂସଦ ମୋହନ ଜେନାଙ୍କ ଦେହାନ୍ତରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ୱର୍ଗତ ମୋହନ ଜେନା ଜନପ୍ରତିନିଧି ଭାବେ ଲୋକଙ୍କ କଲ୍ୟାଣ ପାଇଁ କରିଯାଇଥିବା କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଏପରି ଦୁଃଖଦ ସମୟରେ ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ସେ ସମବେଦନା ଜଣାଇଛନ୍ତି।