ମାଲକାନଗିରି ସୀମାନ୍ତରେ ବସ ଦୁର୍ଘଟଣା ନେଇ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ

ଭୁବନେଶ୍ୱର: ମାଲକାନଗିରି ଜିଲ୍ଲା ସୀମାନ୍ତରେ ବସ ଦୁର୍ଘଟଣାରେ ୫ ଜଣ ଯାତ୍ରୀଙ୍କ ମୃତ୍ୟୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି । ଏଥିରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ସମସ୍ତ ଆହତଙ୍କ ଆଶୁଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ।

ଆଜି ଭୋରରେ ମାଲକାନଗିରି ଜିଲ୍ଲା ସୀମାନ୍ତ ବୋଡୁଗୁଡ଼ମ୍ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଏକ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିବାରୁ ୫ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିଲା । ଏହି ଦୁର୍ଘଟଣାରେ ୩୦ ଜଣ ଯାତ୍ରୀ ଆହତ ହୋଇଥିଲେ। ବସ୍‌ଟି ୪୦ ଜଣ ଯାତ୍ରୀଙ୍କୁ ନେଇ ବିଜୟୱାଡାରୁ ଭବାନୀପାଟଣାକୁ ଅଭିମୁଖେ ଆସୁଥିଲା।

Comments are closed.