କୋରାପୁଟ ନୌକା ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଶୋକ , ଅନୁକମ୍ପା ସହାୟତା ଘୋଷଣା

ଭୁବନେଶ୍ବର – କୋରାପୁଟ ଜିଲ୍ଲାର ନନ୍ଦପୁର ବ୍ଲକର ପାତାଳୀ ନଦୀରେ ନୌକା ଦୁର୍ଘଟଣାରେ ୫ ଜଣ ବ୍ୟକ୍ତି ଙ୍କ ମୃତ୍ୟୁରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ଚାରି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି । ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ।

Comments are closed.