ଆସନ୍ତା ୧୨ରେ ମୁଖ୍ୟମନ୍ତ୍ରୀଙ୍କ ଗଞ୍ଜାମ ଜିଲ୍ଲା ଗସ୍ତ

ଭୁବନେଶ୍ୱର- ଆସନ୍ତା ୧୨ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ଜିଲ୍ଲା ଗଞ୍ଜାମ ଗସ୍ତ କରିବେ । ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । ନିଜ ବିଧାନସଭା ନିର୍ବାଚନମଣ୍ଡଳୀ ହିଞ୍ଜିଳିକାଟୁରୁ ସ୍ମାର୍ଟ ହେଲ୍‌ଥ କାର୍ଡ ବଂଟନର ଶୁଭାରମ୍ଭ କରିବେ ନବୀନ । ଜିଲ୍ଲା ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ କେତେକ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିବା କାର୍ଯ୍ୟକ୍ରମ ରହିଛି । ଏହାଛଡା ମୁଖ୍ୟମନ୍ତ୍ରୀ ଗଞ୍ଜାମ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମାଆ ତାରାତାରିଣୀଙ୍କ ପୀଠ ପରିଦର୍ଶନ କରି ସେଠାରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ତଦାରଖ କରିବେ ।

Comments are closed.