ଆସନ୍ତାକାଲି ନେତାଜୀଙ୍କ ୧୨୫ତମ ଜନ୍ମବାର୍ଷିକୀ, କଟକ ସ୍ଥିତ ନେତାଜୀଙ୍କ ବାସଭବନ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ଆସନ୍ତାକାଲି ନେତାଜୀ ଜୟନ୍ତୀ । ଏହି ଉପଲକ୍ଷେ ରାଜ୍ୟବ୍ୟାପୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ସ୍ମୃତି ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ ହେବ । ଏଥର ନେତାଜୀଙ୍କ ୧୨୫ତମ ଜନ୍ମବାର୍ଷିକୀ ପଡୁଛି । ଏ ବର୍ଷଠାରୁ ନେତାଜୀଙ୍କ ଜନ୍ମଦିନକୁ ପରାକ୍ରମ ଦିବସ ଭାବେ ପାଳନ କରାଯିବ ବୋଲି କେନ୍ଦ୍ର ସଂସ୍କୃତି ମନ୍ତ୍ରାଳୟ ନିଷ୍ପତ୍ତି ନେଇଛି ।

ନେତାଜୀ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି କଟକ ଯାଇ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ । କଟକ ଓଡିଆ ବଜାରରେ ନେତାଜୀଙ୍କ ବାସଭବନରେ ପହଂଚି ସେଠାରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ ମୁଖ୍ୟମନ୍ତ୍ରୀ । ଏହା ପରେ ନେତାଜୀଙ୍କ ନାମରେ ଖାନନଗରରେ ନିର୍ମିତ ହେବାକୁ ଥିବା ଅନ୍ତଃରାଜ୍ୟ ବସ୍ ଟର୍ମିନାଲର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ କମିଶନରେଟ ପୋଲିସ, ଜିଲ୍ଲା ପ୍ରଶାସନ, ସିଏମସି, ପୂର୍ତ୍ତ ବିଭାଗ ପକ୍ଷରୁ ପ୍ରସ୍ତୁତି କରାଯାଇଛି । ମକଡ୍ରିଲ୍ ବି କରାଯାଇଛି ।

Comments are closed.