ମୁଖ୍ୟମନ୍ତ୍ରୀଙ୍କ କୋଭିଡ ପରିଚାଳନା ସମୀକ୍ଷା ବୈଠକ : ଆର୍ଥିକ ମାନ୍ଦାବସ୍ଥାରୁ ଗ୍ରାମାଂଚଳ ଲୋକଙ୍କୁ ସୁରକ୍ଷିତ ରଖିବା ଉପରେ ଗୁରୁତ୍ୱ, କଟକ-ଭୁବନେଶ୍ୱରରେ କୋଭିଡ ନିୟମ ପାଳନ ତତ୍ୱାବଧାନ କରିବାକୁ ଡିଜିପିଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର – କୋଭିଡ ଯୋଗୁଁ ସୃଷ୍ଟି ହୋଇଥିବା ଆର୍ଥିକ ମାନ୍ଦା ଅବସ୍ଥାରୁ ଗ୍ରାମାଂଚଳର ଲୋକଙ୍କୁ ସୁରକ୍ଷିତ ରଖିବା ପାଇଁ ଅର୍ଥନୈତିକ କାର୍ଯ୍ୟକ୍ରମକୁ ବ୍ୟାପକ କରାଯିବ । ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏଥିପାଇଁ ବିଭିନ୍ନ ଜୀବିକା ପ୍ରକଳ୍ପକୁ ଅଧିକ ପାଂଠି ଯୋଗାଇବା ଉପରେ ଗୁରୁତ୍ୱାରୋପ କରିଛନ୍ତି ମୁଖ୍ୟମନ୍ତ୍ରୀ । ଭିଡିଓ କନଫରେନ୍ସିଂ ଜରିଆରେ କୋଭିଡ ପରିଚାଳନା ବିଷୟରେ ସମୀକ୍ଷା କରଥିଲେ ମୁଖ୍ୟମନ୍ତ୍ରୀ । ମନରେଗା ସମେତ ଅନ୍ୟ ଜୀବିକା କାର୍ଯ୍ୟକ୍ରମ ଜରିଆରେ ଯେପରି ଗାଁ ଲୋକେ ଅଧିକରୁ ଅଧିକ ରୋଜଗାର ପାଇପାରିବେ, ସେଥିପ୍ରତି ଦୃଷ୍ଟି ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ସେହିପରି କୃଷିସ ମତ୍ସ୍ୟଚାଷ, ଉଦ୍ୟାନ କୃଷି, ଜଙ୍ଗଲ, ମୃତିକା ସଂରକ୍ଷଣ ପାଇଁ ସେ ଘୋଷଣା କରିଥିବା ପ୍ୟାକେଜକୁ ଠିକ୍ ଭାବରେ କାର୍ଯ୍ୟକାରୀ କରିବା ସର୍ବୋଚ୍ଚ ପ୍ରାଥମିକତା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏତଦବ୍ୟତୀତ ଚାଷୀ, ମିଶନ ଶକ୍ତିର ମହିଳା, ଏମଏସଏମଇ ଓ ବୁଣାକାରମାନଙ୍କୁ ଅଧିକ ଋଣ ସହାୟତା ସୁନିଶ୍ଚିତ କରିବାକୁ ପରାମର୍ଶ ଦେଇଥିଲେ ମୁଖ୍ୟମନ୍ତ୍ରୀ ।

ଭାରତର ପ୍ରଥମ ତ୍ରୈମାସିକ ଆର୍ଥକ ଅଭିବୃଦ୍ଧି ବିଯୁକ୍ତ ୨୩ ପ୍ରତିଶତ ଥିବାରୁ ଆମେର ଲୋକମାନଙ୍କୁ ଏହାର କୁପ୍ରଭାବରୁ ସୁରକ୍ଷିତ ରଖିବା ଉପରେ ଗୁରୁତ୍ୱାରୋପ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ସ୍ୱାସ୍ଥ୍ୟ ବିଭାଗର ସମସ୍ତ ଡାକ୍ତର , ସ୍ୱାସ୍ଥ୍ୟକର୍ମୀଙ୍କ ସମେତ ସମସ୍ତ କୋଭିଡ ଯୋଦ୍ଧାଙ୍କ କାର୍ଯ୍ୟକୁ ଉଚ୍ଚ ପ୍ରଶଂସା କରିଛନ୍ତି ନବୀନ । ରାଜ୍ୟରେ କୋଭିଡ ଆରୋଗ୍ୟଙ୍କ ସଂଖ୍ୟା ୧ ଲକ୍ଷ ୨୫ ହଜାରରେ ପଂହଚିଥିବାରୁ ଏବଂ କେବଳ ଗତ ସପ୍ତାହ ମଧ୍ୟରେ ୧ ଲକ୍ଷରୁ ଅଧିକ ଆରୋଗ୍ୟ ଲାଭ କରିଥିବାରୁ ସନ୍ତୋଷ ପ୍ରକାଶ କରିଥିଲେ ମୁଖ୍ୟମନ୍ତ୍ରୀ ।

ରାଜ୍ୟର ଅନ୍ୟ ଅଂଚଳମାନଙ୍କରେ କୋଭିଡ ନିୟମର ଅନୁପାଳନ ସନ୍ତୋଷଜନକ ଥିବାବେଳେ ଭୁବନେଶ୍ୱର,କଟକରେ କମିଶନରେଟ ଅଂଚଳରେ ଏହା ସେତେଟା ଉତ୍ସାହଜନକ ନ ଥିବାରୁ ଏଥିପ୍ରତି ପୋଲିସ ମହାନିର୍ଦେଶକ ପ୍ରତ୍ୟକ୍ଷ ଦୃଷ୍ଟି ଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

Comments are closed.